ପୁରୀ: ପୁରୀ ଗସ୍ତରେ ୫ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ । ଆଜି ଭୋର ସମୟରୁ ପୁରୀ ଯାଇ ଶ୍ରୀ ଜିଉଙ୍କ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପକ୍ରରେ ସମିକ୍ଷା କରିଛନ୍ତି । ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ କରୁଥିବା ନୂତନ ରାସ୍ତା ପାଇଁ ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେହିପରି ଉକ୍ତ ରାସ୍ତା ନିର୍ମାଣ କାର୍ଯ୍ୟ କେତେ ଅଗ୍ରଗତି ହୋଇଛି ତାହାକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି । ଅଧିକାରୀମାନଙ୍କ ସହ ଆଲୋଚନା କରିବା ସହ ଶୀଘ୍ର ରାସ୍ତା କାମ ଶେଷ କରିବାକୁ ଦେଇଛନ୍ତି ନିର୍ଦ୍ଦେଶ । ବଡଦାଣ୍ଡରେ ହେବାକୁ ଥିବା ଏସି ସେଡ୍ ବ୍ୟବସ୍ଥାର ସମୀକ୍ଷା କରିବା ପରେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ପୁରୀ ଜିଲ୍ଲାପାଳ,ଉପଜିଲ୍ଲାପାଳ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି ୫ଟି ଅଧ୍ୟକ୍ଷ ଙ୍କୁ ସମସ୍ତ କାର୍ଯ୍ୟ ସମ୍ପର୍କ ରେ ଅବଗତ କରାଇଥିଲେ।