ଆସନ୍ତା ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା

କଟକ: ଆସନ୍ତା ଫେବ୍ରୁଆରୀ ୨୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା । ତାରିଖ ଘୋଷଣା କଲା ବୋର୍ଡ । ୨୦୨୩-୨୪ ଶିକ୍ଷା ବର୍ଷର ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବା ନେଇ ସୂଚନା ରହିଛି । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ହାଇସ୍କୁଲ ସାର୍ଟିଫିକେଟ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଏକତ୍ରିତ ଚାଲିବ। ଆଉ ଦୁଇଟି ସମେଟିଭ ନୁହେଁ ଗୋଟିଏ ବୋର୍ଡ଼ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ପ୍ରତ୍ୟେକ ବିଷୟରେ ୧୦୦ ମାର୍କର ପରୀକ୍ଷା ହେବ। ଏହି ପରୀକ୍ଷାର ୮୦ ପ୍ରତିଶତ ଓ ସ୍କୁଲରେ ହୋଇଥିବା ଇଣ୍ଟରନାଲ ପରୀକ୍ଷାର ୨୦ ପ୍ରତିଶତ ମିଶି ମାର୍କ ସିଟ ପ୍ରସ୍ତୁତ ହେବ।