ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟ । ରାତ୍ୟରେ ଆଜି ପୁଣି ୫ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ନୂଆ ୫ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମାଟ ଆକ୍ରନ୍ତଙ୍କ ସଂଖ୍ୟା ୩୦ କୁ ବୃଦ୍ଧି ପାଇଥିବା କୁହାଯାଉଛି । ରାଜ୍ୟରେ ୨୯୫ ଜଣଙ୍କ କୋଭିଡ ପରୀକ୍ଷା ହୋଇଥିଲା । ସେମାନଙ୍କ ମଧ୍ୟରୁ ୫ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଲେ ଜନସ୍ୱାସ୍ଥ୍ୟା ନିର୍ଦ୍ଦେଶକ ନିରଞ୍ଚନ ମିଶ୍ର । ସେପଟେ କୋଭିଡ ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତୁ ରହିବାକୁ ବିଭାଗ ପକ୍ଷରୁ କୁହାଯାଇଛି । ସେହିପରି ରାଜ୍ୟର ସମସ୍ତ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲକୁ ଚିଠି ଲେଖି କରୋନା ନିୟମାବଳୀ ମାନିବାକୁ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ପକ୍ଷରୁ କୁହାଯାଇଛି ।