ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ତାନରେ କୋହଲା ପାଗ ସାଙ୍ଗକୁ ଗତକାଲିଠାରୁ ଝିପ୍ ଝପ ବର୍ଷା ହୋଇଛି । ଶୀତ ଜାରି ରହିଥିବା ବେଳେ ଏହି ବର୍ଷା ଥଣ୍ଡା ଆହୁରି ବଢିଜାଇଛି । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା। ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ । ୨୬ରୁ ପାଗରେ ପରିବର୍ତ୍ତନର ସମ୍ଭାବନା ରହିଛି । ଟ୍ୱିନ ସିଟି କଟକ ଏବଂ ଭୁବନେଶ୍ୱରରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା । ଯାହା ଜନଜୀବନକୁ କିଛି ମାତ୍ରାରେ ପ୍ରଭାବିତ କରିଛି ।