ମାଲକାନଗିରି: ଭିଜିଲାନ୍ସ ଜାଲରେ ଜଳସମ୍ପଦ ବିଭାଗର ଜେଇ । ମାଲକାନଗିରି ଜିଲ୍ଲା ଜଳସମ୍ପଦ ବିଭାଗର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ମହାନ୍ତିଙ୍କ ଘର ଓ ଅଫିସରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ । ମାଲକାନଗିରି ସ୍ଥିତ ଭଡ଼ା ଘର ଓ ସରକାରୀ କାର୍ୟ୍ୟାଳୟ ସହ ଭୁବନେଶ୍ବର ଓ ବାଲେଶ୍ବର ବାସ ଭବନ ଉପରେ ଏକା ସମୟରେ ଚଢାଉ କରିଛି ଭିଜିଲାନ୍ସ ବିଭାଗ । ମାଲକାନଗିରି ସମେତ ନିଜ ଘର ଜଳେଶ୍ଵର ଓ ଭୁବନେଶ୍ବରରେ ଥିବା ନିଜସ୍ୱ ଏକ ଫ୍ଲାଟ୍ ଓ ପୋଖରୀପୁଟରେ ଥିବା ଶଶୁର ଘର ସମେତ ୬ ଟି ସ୍ଥାନରେ ଏକ କାଳୀନ ଚଢ଼ାଉ ଜାରି ରହିଛି । ମାଲକାନଗିରି ଭଡ଼ା ଘରୁ ଏ ପର୍ଯ୍ୟନ୍ତ ୧ ଲକ୍ଷ ୨୦ ହଜାର ଟଙ୍କା ନଗଦ ମିଳିଥିବା ବେଳେ ଏକାଧିକ ବ୍ୟାଙ୍କ୍ ଏକାଉଣ୍ଟର ପାସ୍ ବୁକ ସହ ୩୦ ଟି ଏଟିଏମ୍ ଓ ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଛି ଭିଜିଲାନ୍ସ ବିଭାଗ ।ଜୟପୁର ଭିଜିଲାନ୍ସ ଅତିରିକ୍ତ ଏସପି ଅରୁଣ କୁମାର ନାୟକ ଙ୍କ ନେତୃତ୍ୱରେ ଏହି ଚଢ଼ାଉ ଜାରି ରହିଛି ।