ଭୁବନେଶ୍ୱର: ଆସନ୍ତା ୨୮ ତାରିଖରୁ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି । ଏହି ଅବସରରେ ଦ୍ରୌପଦୀ ମୁର୍ମୁ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ସୂଚନା ରହିଥିବା ବେଳେ ଓଡିଶାରେ ୪ଦିନ ରହିବା ନେଇ କୁହାଯାଉଛି । ରାଷ୍ଟ୍ରପତିଙ୍କ ଗସ୍ତ ନେଇ ମୁଖ୍ୟ ସଚିବ ପ୍ରଦୀପ ଜେନାଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଟିତ ବୈଠକରେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଦେଓ ରଞ୍ଜନ କୁମାର ସିଂହ, ପୋଲସ ଡିଜି ଅରୁଣ କୁମାର ଷଡଙ୍ଗୀ, ବିଭିନ୍ନ ବିଭାଗର ସଚିବ, ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ ।
ରାଷ୍ଟ୍ରପତି ଓଡିଶାରେ ପହଞ୍ଚିବାପରଠାରୁ ଆରମ୍ଭ କରି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବା ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଓ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗୀକ ପ୍ରସ୍ତୁତି ସମ୍ପର୍କରେ ବୈଠକରେ ବିସ୍ତୁତ ଆଲୋଚନା ହୋଇଥିôଲା । ରାଷ୍ଟ୍ରପତିଙ୍କ ବିଭିନ୍ନ ସ୍ଥାନରେ ଏକାଧିକ କାର୍ଯ୍ୟକ୍ରମ ଥିବାରୁ ସବୁ ସ୍ଥାନଗୁଡୀକୁ ପୂର୍ବରୁ ଭଲ ଭାବେ ଯଞ୍ଚେ କରିବା ସହିତ ସମସ୍ତ ବ୍ୟବସ୍ତାକୁ ଅନୁଧ୍ୟନ କରି ପ୍ରସ୍ତୁତୁ କରିବାକୁ ମୁଖ୍ୟ ସଚିବ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ଏସପି ମାନଙ୍କୁ ନିର୍ଦ୍ଦେଶ ଓ ପରାମର୍ଶ ଦେଇଥିଲେ ।