ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ରାଜଧାନୀ ସମେତ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଯାରି ରହିଛି ବର୍ଷା । ବିଜୁଳି, ଘଡଘଡି ସହ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି କଟକ, ନୟାଗଡ, କନ୍ଧମାଳ, ଢେଙ୍କାନାଳ ଓ ଯାଜପୁରରେ ମଧ୍ୟ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।ମଙ୍ଗଳବାର ଓ ବୁଧବାର ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି। ମଙ୍ଗଳବାର ୧୨ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୮ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ସହ କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ, ବୌଦ୍ଧ, ସୋନପୁର। ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବୁଧବାର ପାଇଁ ୧୧ ଜିଲାକୁ ଅରେଞ୍ଜ ଓ ୭ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।  ଏହାସହ ୪୦ ରୁ ୫୦ କିମି ବେଗରେ ପବନ ବହିବା ନେଇ ମଧ୍ୟ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପ୍ରବଳ ବର୍ଷା ସହ କୁଆପଥର ମାଡ ହେବାର ମଧ୍ୟ ସମ୍ଭାବନା ରହିଛି। ବର୍ଷା ପ୍ରଭାବରେ ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା କମିବ।