ଆସନ୍ତା କାଲି ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର: ଅସନ୍ତା ନିର୍ବାଚନ ପାଇଁ ସଜବାଜ ହେଉଛନ୍ତି ନେତା ଓ ମନ୍ତ୍ରୀ । ଏହାରି ଭିତରେ ଅସନ୍ତା କାଲି ଠାରୁ ବିଜେପି ବିଧିବଦ୍ଧ ଭାବେ ପ୍ରଚାର ଆରମ୍ଭ କରିବାକୁ ଯାଉଛି । ଏ ନେଇ ଆସନ୍ତା କାଲି ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ।
ସୂଚନା ଅନୁଯାୟୀ, ଆସନ୍ତା କାଲି ଅପରାହ୍ନ ସାଢେ ୩ଟାରେ ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବେ ଶାହ।ପରେ ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରି ବା ସହ ଜନସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ସ୍ଥାନୀୟ ରାମେଶ୍ୱର ଷ୍ଟାଡିୟମରେ ଅମିତ ଶାହଙ୍କ ନିର୍ବାଚନୀ ସଭା ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଉଚ୍ଚପଦସ୍ଥ ପୁଲିସ୍ ଅଧିକାରୀମାନେ କ୍ଷେତ୍ର ପରିଦର୍ଶନ କରିଛନ୍ତି।ତେବେ ଶାହ ସୋନପୁରରେ କାର୍ଯ୍ୟକ୍ରମ ସାରି ଭୁବନେଶ୍ୱର ଆସି ଦଳର ପ୍ରମୁଖ କାର୍ଯ୍ୟକର୍ତ୍ତା ସହ ବୈଠକ କରିବେ ବୋଲି କୁହାଯାଉଛି । ତେବେ ସୂଚନା ରହିଛି ଯେ ଅମିତ ଶାହଙ୍କ ପରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବିଜେପିର ଶୀର୍ଷ ନେତୃତ୍ୱ ଓ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଆସିବାର କାର୍ଯ୍ୟକ୍ରମ ରହିଥିବା କୁହାଯାଉଛି ।