ନୂଆପଡା: ଛତିଶଗଡ ସୀମାନ୍ତରେ ସୁରକ୍ଷା ବାହିନୀ ଓ ମାଓବାଦୀ ମୁହାଁମୁହିଁ । ନୂଆପଡା ଜିଲ୍ଲା ସୁନାବେଡା ଅଭୟାରଣ୍ୟ ଶିବନାରାୟଣପୁର ନିକଟରେ ସୁରକ୍ଷାବାହିନୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ଏସଓଜି ଯବାନ ଗୁରୁତର ଆହତ ହୋଇଛନ୍ତି । ଆହତ ଯବାନଙ୍କୁ ଚିକିତ୍ସା ପାଇଁ ଛତିଶଗଡ ରାୟପୁର ସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ସୂଚାନାଅନୁଯାୟୀ, ଗତ ଦିନ ତଳେ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡରେ ପୋଲଇସ ଏନକାଉଣ୍ଟରରେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିଲା । ମାଓବାଦୀ ଲୁଚିଥିବା ସନ୍ଦେହରେ ସର୍ଚ୍ଚ ଅପରେସନ କରାଯାଇଥିଲା । ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୋଲିସ ଓ ଡିଆରଜି ଯବାନ ଟେଟରାଇ ଟୋଲନଇ ଜଙ୍ଗଲରେ ଚଢାଉ କରିଥିଲେ ।