ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟ ଶାସନ ସଚିବ । ମୁଖ୍ୟ ଶାସନ ସଚିବ ମନୋଜ ଆହାଜା । ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟରେ ଭେଟିଲେ ।ଦାୟିତ୍ୱ ନେବା ବେଳେ ପ୍ରଥମ ଥର ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ । ଗତ ରବିବାର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଛନ୍ତି ମନୋଜ ଆହୁଜା । ତାଙ୍କ ସହ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ବି ଭେଟିଲେ ।
ସୂଚନା ଅନୁଯାୟୀ , ରାଜ୍ୟରେ ନୂଆ ସରକାରର ପ୍ରଶାସନିକ ମୁଖିଆ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ ମନୋଜ ଆହୁଜା । ସେ ଲୋକସେବା ଭବନରେ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ । ତେବେ ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ ।
ସେହିପରି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ପଦରେ ଥିବା ନିକୁଞ୍ଜ ବିହାରୀ ଧଳଙ୍କୁ ମିଳିଛି ନୂଆ ନିଯୁକ୍ତି । ସେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ତୁଲାଇବେ ।