୨୧ରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା । ଏନେଇ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ କରାଯାଇଛି ।  ଛାତ୍ରଛାତ୍ରୀମାନେ www.bseodisha.ac.inକୁ ଯାଇ ସେମାନଙ୍କ ଆଡ୍‌ମିଟ୍ କାର୍ଟ ଡାଉନ୍‌ଲୋଡ୍ କରିପାରିବେ। ଷ୍ଟେଟ ଓପନ ସ୍କୁଲ ସାର୍ଟିଫିକେଟ ପରୀକ୍ଷା (SOSC) ଦେବାକୁ ଥିବା ଛାତ୍ରଛାତ୍ରୀମାନେ ମଧ୍ୟ ଏଥିରୁ ସେମାନଙ୍କ ଆଡ୍‌ମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ।

ସୂଚନା ଅନୁଯାୟୀ,ଜୁଲାଇ ୨୧ରୁ ୩୧ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ସପ୍ଳିମେଣ୍ଟାରୀ  ଓ SOSC ପରୀକ୍ଷା ଅନୁଷ୍ଠିତ ହେବ। ୯୭୨ ଜଣ ଛାତ୍ରଛାତ୍ରୀ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବେ। ସେମାନଙ୍କ ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ୮୩ଟି ପରୀକ୍ଷା କେନ୍ଦ୍ର କରାଯାଇଛି।ସେହିଭଳି SOSC ପରୀକ୍ଷା ପାଇଁ ୧୨୧ଟି କେନ୍ଦ୍ର କରାଯାଇଛି। ଏହି କେନ୍ଦ୍ରଗୁଡ଼ିକରେ ମୋଟ ୨୪ ହଜାର ୫୨୦ ଜଣ ପରୀକ୍ଷା ଦେବେ। ଏହି ପରୀକ୍ଷା ସମ୍ବନ୍ଧରେ କୌଣସି ଦ୍ୱନ୍ଦ୍ୱ ଥିଲେ ବା ଅଧିକ କିଛି ଜାଣିବାର ଥିଲେ ପରୀକ୍ଷାର୍ଥୀମାନେ ୦୭୬୧-୨୪୧୫୩୦୫କୁ ଫୋନ୍ କରିପାରିବେ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।