ପୁରୀ: ଆସନ୍ତା କାଲି ସୁନା ବେସରେ ଦର୍ଶନ ଦେବେ ମହାପ୍ରଭୁ । ମହଣ ମହଣ ସୁନାରେ ଝଟକିବେ ବିଶ୍ୱ ନିୟନ୍ତା ।ଏନେଇ ଶେଷ ହୋଇଛି ନୀତି ନିର୍ଘଣ୍ଟ । ଆସନ୍ତା କାଲି ସକାଳ ୬ଟାରୁ ଆରମ୍ଭ ହେବ ମଙ୍ଗଳ ଆଳତୀ ନୀତି ।ପରେ ଦିନ ୧୦ଟା ୩୦ ସୁଦ୍ଧା ଗୋପାଳ ବଲ୍ଲଭ ଭୋଗ ନୀତି ଶେଷ ହେବ । ସେହିପରି ଦିନ ୨ଟାରୁ ୩ଟା ମଧ୍ୟରେ ମଧ୍ୟାହ୍ନ ଧୂପ ନୀତିହେବ । ଆଉ ସନ୍ଧ୍ୟା ୫ଟାରୁ ୬ଟା ମଧ୍ୟରେ ହେବ ମହାପ୍ରଭୁଙ୍କ ସୁନାବେଶ । ରାତି ୧୦ଟା କିମ୍ବା ୧୧ଟା ପର୍ଯ୍ୟନ୍ତ ଦୁର୍ଲଭ ବେଶ ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ଭକ୍ତ । ତେବେ ରଥରେ ଚତୁର୍ଦ୍ଧା ବିଗ୍ରହଙ୍କ ସୁନ୍ଦର ସୁନାବେଶ ଦର୍ଶନ ପାଇଁ ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ହେବ । ଭିଡ଼ ନିୟନ୍ତ୍ରଣ ପ୍ରଶାସନ ପାଇଁ ଏକ ବଡ ଚ୍ୟାଲେଞ୍ଜ ହୋଇଛି। ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି ।