ନବୀନ ନିବାସରେ ରକ୍ଷା ବନ୍ଧନ

ଭୁବନେଶ୍ୱର: ରକ୍ଷା ବନ୍ଧନ  ଅବସରରେ  ଆଜି ବିଭିନ୍ନ ଅନୁଷ୍ଠାନ, ଛାତ୍ରଛାତ୍ରୀ ଓ ସାଧାରଣ ଲୋକ ମାନେ ନବୀନ ନିବାସ ଆସି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ରାକ୍ଷୀବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଗ୍ରହଣ କରି ସମସ୍ତଙ୍କୁ  ରାକ୍ଷୀପାଇଁ ଅଭିନନ୍ଦନ ଜଣାଇଥିଲେ। ଭୁବନେଶ୍ୱର ଭରତପୁର  ସ୍ଥିତ ଲୁଇ ବ୍ରେଲି ଦୃଷ୍ଟି ବାଧିତ ବିଦ୍ୟାଳୟର ଦୃଷ୍ଟି ବାଧିତ କୁନି କୁନି ଝିଅ ମାନେ ପ୍ରଥମେ ଶ୍ରୀ ପଟ୍ଟନାୟକଙ୍କୁ ରାକ୍ଷୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ। ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ପିଲା ମାନଙ୍କୁ ଆଶୀର୍ବାଦ କରିବା ସହ ସମସ୍ତଙ୍କୁ ଉପହାର ଦେଇଥିଲେ। ପରେ ପରେ ଲା କିଡ଼ସ ପ୍ଲେ ସ୍କୁଲର କୁନି କୁନି ପିଲାମାନେ ରାକ୍ଷୀ ବାନ୍ଧି ଥିଲେ।  ଭୁବନେଶ୍ୱର ମହାନଗର ନିଗମ ର ମେୟର ସୁଲୋଚନା ଦାସ ଙ୍କ ନେତୃତ୍ୱ ରେ ବିଭିନ୍ନ ୱାର୍ଡ ର କର୍ପୋରେଟର ମାନେ ମଧ୍ୟ ଶ୍ରୀ ନବୀନ ପଟ୍ଟନାୟକ ଙ୍କୁ ଭେଟି ରାକ୍ଷୀ ବାନ୍ଧି ଥିଲେ।  ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ ବିଜୁ ଜନତା ଦଳ ମୁଖପାତ୍ର ଲେଖାଶ୍ରୀ ସାମନ୍ତ ସିଂହାର, ଭାରତ ସ୍କାଉଟ ଏବଂ ଗାଇଡିସ ର ସ୍ବେଛାସେବୀ ମାନେ  ଭୁବନେଶ୍ୱର ବ୍ରହ୍ମକୁମାରୀ ବିଶ୍ୱବିଦ୍ୟାଳୟର ବ୍ରହ୍ମକୁମାରୀ ଓ ବ୍ରାହ୍ମକୁମାର ମାନେ. ଲିଙ୍ଗରାଜ ବିହାର ଓ ଏୟାର ପୋର୍ଟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ମାନେ ଓ ସମାଜ ର ବିଭିନ୍ନ ବର୍ଗ ର ଜନସାଧାରଣ ମାନେ ଶ୍ରୀ ପଟ୍ଟନାୟକ ଙ୍କୁ ରାକ୍ଷୀ ବାନ୍ଧି ଶୁଭେଚ୍ଛା ଜଣାଇଥିଲେ।