ଭୁବନେଶ୍ୱର; ପୁଣି ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ । ଫଳରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା । ଏହାର ପ୍ରଭାବରେ ରାଜ୍ୟରେ ତିନି ଦିନ ଧରି ବର୍ଷା ହେବାର ସମ୍ଭାବନା ରହିଛି । ଏହାସହିତ କିଛି କିଛି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହୋଇପାରେ । ଯାହା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରରୁ ସୂଚନା ମିଳିଛି । ତେବେ ପାଣିପାଗ ବିଭାଗ ଆକଳନ କରିଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲା କାଚି ପାରେ ବର୍ଷା । ଏସବୁ ଜିଲାରେ ୭୦ରୁ ୨୦୦ମିମି ବର୍ଷା ହେବାର ଆଶଙ୍କା ରହିଛି। ସେଥିପାଇଁ ଏହି ଦୁଇଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମଧ୍ୟ ମାଲକାନଗିରି, କୋରାପୁଟ, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲାଗୁଡ଼ିକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ତବେ ଆଗାମୀ ୫ଦିନ ପାଇଁ ରାଜ୍ୟର ବିଭିତ୍ତ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ବିଶେଷ କରି ଉତ୍ତର ଓଡ଼ିଶାର ଅଧିକାଂଶ ଜିଲାରେ ବଜ୍ରପାତ ହେବାର ଆଶଙ୍କା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଉପର ମୁଣ୍ଡରେ ବର୍ଷା ବଢ଼ିଥିବାରୁ ଜଳଭଣ୍ଡାରକୁ ଇନଫ୍ଲୋ ବଢ଼ିଛି। ଗତ ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା। ସେପଟେ ୨୭ ଏବଂ ୨୮ ତାରିଖରେ ବର୍ଷା କମିବା ସହ ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ତାହାର ପ୍ରଭାବରେ ଅଗଷ୍ଟ ୩୧ ରୁ ସେପ୍ଟେମ୍ବର ୩ ତାରିଖ ପର୍ୟ୍ୟନ୍ତ ପୁଣି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି।