ବ୍ୟୁରୋ : ଆସୁଛି ଏକ ବଡ ବର୍ଷା । ୨ଟି ଘୂର୍ଣ୍ଣିବଳୟ ବଙ୍ଗୋପସାଗର ଓ ତତ୍ ସଂଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି । ଆଜି ଲଘୁଚାପରେ ପରିଣତ ହୋଇପାରେ ଘୂର୍ଣ୍ଣିବଳୟ। ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ଦ୍ୱାରା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପ୍ରବଳ ବର୍ଷା ଯୋଗୁଁ ଖୋର୍ଦ୍ଧା,ପୁରୀ ସମେତ ଆଜି ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।
ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ହାଲୁକା ରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି । ତେବେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ପୁରୀ, ଖୋର୍ଦ୍ଧା,ଅନୁଗୁଳ, ଢେଙ୍କାନାଳ, କଟକ ,ଜଗତସିଂହପୁର ଓ କେନ୍ଦ୍ରାପଡା ଏହି ଜିଲ୍ଲାକୁ ୨୨ ତାରିଖରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ସ୍ପଷ୍ଟ ହେବ ବୋଲି ସୂଚନା ରହିଛି । ଫଳରେ ପରବର୍ତ୍ତୀ ପର୍ଯ୍ୟାୟରେ କେଉଁ ଜିଲ୍ଲାରେ ଏହାର କେତେ ପ୍ରଭାବ ରହିବ ତାହା ଜଣା ପଡିବ ।