ଆଗାମୀ ୨୪ ଘଣ୍ଟାରେ ପ୍ରବଳ କାଚିବ : ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଆଗାମୀ ୨୪ ଘଂଟାରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ଘନୀଭୂତ ହୋଇ ୨୪ ଘଂଟାରେ ଲଘୁଚାପ ର ରୂପ ନେବ। ପ୍ରଭାବରେ ଆଗାମୀ ୨୬ ତାରିଖ ଯାଏ ପ୍ରବଳ ବର୍ଷା ଜାରି ରହିବ। ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡଘଡି ସହ ଅଧିକାଂଶ ଜିଲ୍ଲାରେ
ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି,କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ,କନ୍ଧମାଳ, ନୟାଗଡ଼,ଖୋର୍ଦ୍ଧା,ପୁରୀ,କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଭଦ୍ରକ, ବାଲେଶ୍ଵର, ମୟୁରଭଞ୍ଜ, ଯାଜପୁର ,କେନ୍ଦୁଝର ଏହି ୧୯ ଜିଲ୍ଲାରେ ପ୍ରବଳ ବର୍ଷା ର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲ୍ଲୋ ୱାର୍ଣିଙ୍ଗ ଜାରି କରାଯାଇଛି।ସେହିପରି ଆଜି ପାଇଁ ୧୫ ଜିଲ୍ଲା ଗଂଜାମ , ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡା, କୋରାପୁଟ, ମାଲକାନଗିରି , ନବରଙ୍ଗପୁର, ନୂଆପଡା,
ମୟୁରଭଞ୍ଜ ,କେନ୍ଦୁଝର , ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡ଼ା ଓ ଯାଜପୁର କୁ ୟେଲ୍ଲୋ ୱାର୍ଣିଙ୍ଗ ଜାରି କରାଯାଇଛି । ଅନ୍ୟପଟେ ଆରମ୍ଭ ହେଲା ମୌସୁମୀର ପ୍ରତ୍ୟାବର୍ତନ ପ୍ରକ୍ରିୟା ।ସ୍ୱାଭାବିକ ତାରିଖ ୧୭ ସେପ୍ଟେମ୍ବର ବଦଳରେ ଆଜି ଠାରୁ ପଶ୍ଚିମରାଜସ୍ଥାନ ଏବଂ କଚ୍ଛ ର କିଛି ଅଞ୍ଚଳରୁ ଆଜି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି । ପାଗ ମଧ୍ୟ ଅନୁକୂଳ ରହିଛି ମୌସୁମୀ ଅପସାରଣ ପାଇଁ। ଓଡ଼ିଶାରୁ ମଧ୍ୟ ନିର୍ଦ୍ଧାରିତ ସମୟରେ ମୌସୁମୀ ଅପସାରଣ କରିବ।ଚଳିତବର୍ଷ ରାଜ୍ୟରେ ଭଲ ବର୍ଷା ହୋଇଛି। ବର୍ତମାନ ମଧ୍ୟ ଲଘୁଚାପ ପ୍ରଭାବରେ ଭଲ ବର୍ଷା ଜାରି ରହିଛି।