ଭୁବନେଶ୍ୱର: ଆସନ୍ତା କାଲି ଠାରୁ ଆରମ୍ଭ ହେବାକୁ ଯାଉଛି ଶୀତ ଅଧିବେଶନ । ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ, ଭାଜପା ବିଧାୟକ ଜୟନାରାୟଣ ମିଶ୍ର, ସିପିଆଇ (ଏମ୍) ସଦସ୍ୟ ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଏହି ବୈଠକରେ ଯୋଗଦେବାର କାର୍ୟ୍ୟକ୍ରମ ରହିଛି। ବୈଠକରେ ଯୋଗଦେବା ନେଇ ବିଧାନସଭା ସଚିବାଳୟ ପକ୍ଷରୁ ସମସ୍ତ ସଦସ୍ୟଙ୍କୁ ଚିଠିଲେଖି ଅବଗତ କରାଯାଇଛି। ଆସନ୍ତା ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ବିରୋଧୀ ଦଳଙ୍କ ସହଯୋଗ ଲୋଡ଼ିବେ।ଅସନ୍ତା ନଭେମ୍ବର ୨୬ ତରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତା ଚାଲିବ ଶୀତ କାଳିନ ଅଧିବେଶନ ବୋଲି ସୂଚନା ରହିଛି ।