ଉତ୍ତମ ମହାନ୍ତିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଆଉ ନାହାନ୍ତି ଅଭିନେତା ଉତ୍ତମ ମହାନ୍ତି । ଏନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ କରିଛନ୍ତି । ‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ତଥା କିମ୍ବଦନ୍ତୀ ଅଭିନେତା ଉତ୍ତମ ମହାନ୍ତିଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । କଳା ଜଗତରେ ଏହା ଏକ ବିରାଟ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଅନେକ ଚଳଚ୍ଚିତ୍ରରେ ସେ ଛାଡ଼ି ଯାଇଥିବା ଛାପ ଲୋକଙ୍କ ହୃଦୟରେ ତାଙ୍କୁ ଚିର ଅମର କରି ରଖିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି’ ।

ସୂଚନା ଅନୁଯାୟୀ ,  ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର ଉତ୍ତମ ମହାନ୍ତି । ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ତାଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି  ।