ଭୁବନେଶ୍ୱର : ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ହରିଶ ଟଣ୍ଡନ । ଜଷ୍ଟିସ୍ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପୂର୍ବରୁ ସୁପ୍ରିମକୋର୍ଟ କଲେଜିୟମ୍ ଜଷ୍ଟିସ୍ ଟଣ୍ଡନଙ୍କ ନାମ ସୁପାରିଶ କରିଥିଲେ । ଏବେ କୋଲକାତା ହାଇକୋର୍ଟରେ ବିଚାରପତି ଅଛନ୍ତି ଜଷ୍ଟିସ୍ ହରିଶ ଟଣ୍ଡନ ।
୨୦୧୦ ମସିହା ଏପ୍ରିଲ ୧୩ ତାରିଖରୁ ହରିଶ ଟଣ୍ଡନ କୋଲକାତା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ। ସର୍ବଭାରତୀୟ ହାଇକୋର୍ଟ ବିଚାରପତିଙ୍କ ବରିଷ୍ଠତା ତାଲିକାରେ ଜଷ୍ଟିସ ହରିଶ ୭ମ ସ୍ଥାନରେ ଅଛନ୍ତି । ଏହା ସହ ସେ କୋଲକାତା ହାଇକୋର୍ଟର ସବୁଠୁ ବରିଷ୍ଠ ବିଚାରପତି । ପଦୋନ୍ନତି ପୂର୍ବରୁ ସେ କୋଲକାତା ହାଇକୋର୍ଟରେ ଦେୱାନୀ ମାମଲାର ବିଚାର କରୁଥିଲେ। ଓଡ଼ିଶା ହାଇକୋର୍ଟର କାର୍ଯ୍ୟକାରୀ ବିଚାରପତି ଜଷ୍ଟିସ ଅରିନ୍ଦମ ସିହ୍ନାଙ୍କୁ ବର୍ତ୍ତମାନ ଆଲ୍ଲାବାଦ୍ ହାଇକୋର୍ଟକୁ ବଦଳି କରାଯାଇଛି ।