ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ସ୍ୱର୍ଗତ ଡଃ ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସ୍ୱର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

ଏହାସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହିତ ଆଲୋଚନା କରି ଅମର ଆତ୍ମାର ସଦଗତି କାମନା କରିବା ସହ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ଉପରାଷ୍ଟ୍ରପତି ଜଗଦୀପ ଧନଖଡ ।