ରାଜ୍ୟରେ ୧୦ ତାରିଖ ପର୍ଯ୍ୟନ୍ତ ଜାରି ରହିବ କାଳବୈଶାଖୀ ଜନିତ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ଜନିତ ବର୍ଷା ।  ଫଳରେ ଦିନର ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶା ବ୍ୟତୀତ ଅନ୍ୟ ସମସ୍ତ ସହରରେ ଦିନର ତାପମାତ୍ରା କମ ରହିଛି । ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ହାଲୁକା ବର୍ଷାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ  କରିଥିବା ବେଳେ ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ ବୋଲି   ପୂର୍ବାନୁମାନ କରାଯାଇଛି  ।

 ଶନିବାର ପୁରୀ,  ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ   ଓ ମାଲକାନଗିରିରେ ବର୍ଷା ଓ ଘଡ଼ଘଡ଼ି ଆଶଙ୍କା ଅଛି । ଏହି ସବୁ  ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ରବିବାର ଗଞ୍ଜାମ, ଗଜପତି ଓ ରାୟଗଡ଼ାରେ ବର୍ଷା ସହିତ ଘଡ଼ଘଡ଼ି ହୋଇପାରେ।  ୭, ୮, ୯ ଓ ୧୦ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଶୁକ୍ରବାର ରାଜ୍ୟର ସବୁ ସହରର ତାପମାତ୍ରା ୪୦ ଡିଗ୍ରୀ ତଳେ  ଅଛି । ପାରଳାଖେମୁଣ୍ଡିରେ ଦିନ ତାପମାତ୍ରା ସବୁଠୁ ଅଧିକ   ୩୮.୬ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଛିସେହିପରି ଶୁକ୍ରବାର ରାଜ୍ୟର ସବୁ ସହରର ତାପମାତ୍ରା ୪୦ ଡିଗ୍ରୀ ତଳେ ଅଛି ।