ବଙ୍ଗୋପସାଗରରେ ଲଘୁଚାପ, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର:  ଆସୁଛି ଲଘୁଚାପ । ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଚୁଳି ଜୀବନକୁ ଅସ୍ତବ୍ୟସ୍ତ କରିଦେଉଥିବା ବେଳେ ଆସନ୍ତା ୪୮ ଘଣ୍ଟା ଭିତରେ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ଯାଏ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟିର ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ମଙ୍ଗଳବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ, ଅନୁଗୋଳ, ଦେଓଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।

ସେହିପରି ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ, ନବରଙ୍ଗପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗରେ ଧୁଳିଆ ପବନ ହେବାର ସମ୍ଭାବନା ରହିଛି।

ଗୁରୁବାର ମଧ୍ୟ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କେନ୍ଦୁଝର, ସୁନ୍ଦରଗଡ଼, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନବରଙ୍ଗପୁର, ଅନୁଗୋଳ, ଦେଓଗଡ଼, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଜିଲାର କିଛି ସ୍ଥାନରେ ଘଡଘଡି ସହିତ ବର୍ଷା ସାଙ୍ଗକୁ ୩୦ ରୁ ୪୦ କିମି ବେଗର ଧୁଳିଆ ପବନ ହେବାର ସମ୍ଭାବନା ରହିଛି।