ପୁନର୍ଗଠନ ହେବ ସ୍ବୟଂ ସହାୟକ ଗୋଷ୍ଠୀ : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,: SHG( ସ୍ବୟଂ ସହାୟକ ଗୋଷ୍ଠୀ)କୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏକ ବଡ଼ ସୂଚନା ଦେଇଛନ୍ତି। ଚଳିତ ମାସରେ ସ୍ବୟଂ ସହାୟକ ଗୋଷ୍ଠୀର ପୁନର୍ଗଠନ କରାଯିବ। ଏଥିରେ GPLF, CPL, BLFଙ୍କୁ ଜିଲା ଓ ରାଜ୍ୟ ସ୍ତରରେ ନୂଆ ନିଯୁକ୍ତି ଦିଆଯିବ।

ସେ କହିଛନ୍ତି ଯେ, ପୂର୍ବ ସରକାରରେ ବହୁ ମହିଳା SHGରୁ ବଞ୍ଚିତ ରହିଛି। ବର୍ତ୍ତମାନ ରାଜ୍ୟ ସରକାର ମିଶନ ଶକ୍ତି ସବୁ ଘରକୁ ଯୋଡ଼ିବାଆରମ୍ଭ କରିଛନ୍ତି। ପୂର୍ବରୁ ରାଜନୈତିକ ଉଦ୍ଦେଶ୍ୟ ରଖି ଲୋକଙ୍କୁ ଗ୍ରୁପ ସହ ଯୋଡ଼ିଥିଲେ। ଏବେ ସମସ୍ତଙ୍କୁ GPL ନିର୍ବାଚନରେ ଭାଗ ନେବାର ସୁଯୋଗ ମିଳିବ। ଯେଉଁମାନେ ସଭାପତି ଓ ସମ୍ପାଦକ ଅଛନ୍ତି ସେମାନଙ୍କୁ ବାହାର କରି ନୂଆମାନଙ୍କୁ ସୁଯୋଗ ମିଳିବବ। ତୃଣମୂଳ ସ୍ତରରେ ନେତୃତ୍ୱ ସୃଷ୍ଟି କରିବାକୁ ଚେଷ୍ଟା କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।