ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ସରକାର

ଭୁବନେଶ୍ୱର-: ଚଳିତ ମାସ ୨୪ ତାରିଖରେ ବଣ୍ଟନ ହେବ ନୂଆ ରାସନ କାର୍ଡ। ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏହି ନୂଆ ରାସନ କାର୍ଡ । ପଞ୍ଚାୟତିରାଜ ଦିବସରେ କାର୍ଡ ବାଣ୍ଟିବେ ସରକାର । ପୁରୀରେ ନୂଆ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପର୍ଯ୍ୟାୟ କ୍ରମେ ୫ ଲକ୍ଷ ୯୦ ହଜାର ନୂଆ କାର୍ଡ ବଣ୍ଟା ହେବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ନୂଆ ରାସନ କାର୍ଡ ବଣ୍ଟନ ନେଇ ସରକାର ବଡ଼ ଘୋଷଣା କରିଛନ୍ତି । ପଞ୍ଚାୟତିରାଜ ଦିବସ ଅବସରରେ ପୁରୀରେ କାର୍ଡ ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ । ଯୋଗ୍ୟ ହିତାଧିକାରୀଙ୍କୁ ବଣ୍ଟା ହେବ ରାସନ କାର୍ଡ । ଏହାପରେ ପର୍ଯ୍ୟାୟ କ୍ରମେ ୫ଲକ୍ଷ ୯୦ ହଜାର ହିତାଧିକାରୀଙ୍କୁ ମିଳିବ କାର୍ଡ । ବିଡିଓ, ମ୍ୟୁନିସିପାଲ୍ କମିସନର କାର୍ଡ ଇସ୍ୟୁ କରିବେ ଏବଂ ବ୍ଲକ ଓ ୟୁଏଲବି ଅଧିକାରୀ ହିତାଧିକାରୀଙ୍କୁ ରାସନ କାର୍ଡ ବାଣ୍ଟିବେ।

ଅନ୍ୟପଟେ, ଇକେଓ୍ୱାଇସି କରି ଯୋଗ୍ୟ ହିତାଧିକାରୀ ଚିହ୍ନଟ କରିବା ସହ ଅଯୋଗ୍ୟଙ୍କୁ ବାଦ ଦିଆଯିବା ପ୍ରକ୍ରିୟା ଜାରି ରହିଛି । ଏପର୍ଯ୍ୟନ୍ତ ୨୫ଲକ୍ଷ ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ତେଣୁ ଯାଞ୍ଚ ପାଇଁ ଅଧିକାରୀଙ୍କୁ ଫିଲ୍ଡ ଭିଜିଟ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ଆସିବା ପରେ କେଉଁ ହିତାଧିକାରୀ ଅଛନ୍ତି କିଏ ନାହାନ୍ତି ତାହା ମଧ୍ୟ ତଦାରଖ ପରେ ସେହି ରାସନ କାର୍ଡ କଟାଯିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।