ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତାରେ ଆସନ୍ତାକାଲି ବସିବ CCS ବୈଠକ

ନୂଆଦିଲ୍ଲୀ: ଆସନ୍ତାକାଲି ବସିବ ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିବେ। ପହଲଗାମ ଆତଙ୍କବାଦୀ ଆକ୍ରମଣ ପ୍ରସଙ୍ଗରେ କିଛି ବଡ଼ ନିଷ୍ପତ୍ତି ନିଆଯାଇପାରେ।   ମୋଦିଙ୍କ ସହ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ, ବୈଦେଶିକ ମନ୍ତ୍ରୀ ଜୟଶଙ୍କର ଯୋଗ ଦେବେ। NSA ଅଜିତ ଡୋଭାଲ, କ୍ୟାବିନେଟ ସଚିବ ଓ ପ୍ରତିରକ୍ଷା ସଚିବ ଉପସ୍ଥିତ ରହିବେ।

ସୂଚନା ଅନୁଯାୟୀ, ୨୨ ଏପ୍ରିଲରେ, ପାକିସ୍ତାନରୁ ଆସିଥିବା ଆତଙ୍କବାଦୀଙ୍କକ ଏକ ଗ୍ରୁପ କାଶ୍ମୀର ପହଲଗାମର ବୈସରଣ ଉପତ୍ୟକାରେ ବୁଲୁଥିବା ପର୍ଯ୍ୟଟକମାନଙ୍କୁ ଧର୍ମ ପଚାରି ହତ୍ୟା କରିଥିଲେ । ଏଥିରେ ୨୬ ଜଣଙ୍କର ମୃତ୍ୟୁ ହୋଇଥିଲା ।