ବିଜେଡ଼ି ଛାଡ଼ି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହେଲେ ତେନ୍ତୁଳିଖୁଣ୍ଟି ବ୍ଲକ ଅଧ୍ୟକ୍ଷା,ଉପାଧ୍ୟକ୍ଷ।ଓଡ଼ିଶାକୁ ବିକଶିତ ରାଜ୍ୟ ଗଢ଼ି ତଳିବାକୁ ଭାଜପା ସରକାର ଲାଗି ପଡ଼ିଛି।ଧୀରେ ଧୀରେ ବିଜେପି ସରକାରଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ଵୃଦ୍ଧି ପାଇବାରେ ଲାଗିଛି।ଆଜି ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ବ୍ଲକର ବିଜେଡ଼ି ଅଧ୍ୟକ୍ଷା ନିଳେନ୍ଦ୍ରି ନାୟକ ଓ ଉପାଧ୍ୟକ୍ଷ ରାଜେନ୍ଦ୍ର ବିଷୋୟୀଙ୍କ ସମେତ ବହୁ ବିଜେଡ଼ି ସମିତି ସଭ୍ୟ ସରପଞ୍ଚ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନ ମହଲ ସାମଲ ସମସ୍ତ ନୂତନ ସଦସ୍ୟଙ୍କୁ ଟୋପି ଓ ଉତ୍ତରୀୟ ଦେଇ ସ୍ୱାଗତ ଜଣାଇଥିଲେ।ଏହି ମିଶ୍ରଣ ପର୍ବରେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ,ବିଧାୟକ ଗୌରୀ ଶଙ୍କର ମାଝୀ, ବିଧାୟକ ରୁପୁ ଭତ୍ରା, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ଓ ରାଜ୍ୟ ଉପ ସଭାପତି ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
