କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର-: ଆଜି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଔଦ୍ୟୋଗିକତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡ଼ିଆରେ ପୋଷ୍ଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି “ସମ୍ବଲପୁରର ଲୋକପ୍ରିୟ ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି l ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ମା ସମଲେଶ୍ୱରୀ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ।  ଆପଣଙ୍କ ନେତୃତ୍ୱ ଓ ଦୂରଦୃଷ୍ଟିରେ ଦେଶର ଶିକ୍ଷା ବ୍ୟବସ୍ଥା ଆହୁରି ସୁଦୃଢ ହେଉ।”