ସ୍ୱର୍ଗତ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର-: ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅବସରେ ଭୁବନେଶ୍ୱର ସତସଙ୍ଗ ବିହାର ଠାରେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କ ରେ ସ୍ୱର୍ଗତ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ରାଜ୍ୟ ବିଜେପି ସଭାପତି ଶ୍ରୀ ମନମୋହନ ସାମଲ, ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଗଣ ଉପସ୍ଥିତ ଥିଲେ ।