ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୋଲିସକୁ ଆଉ ଏକ ସଫଳତା

ଫୁଲବାଣୀ-: ମାଓ ବିରୋଧୀ ଅଭିଯାନରେ କନ୍ଧମାଳ ପୋଲିସକୁ ଆଉ ଏକ ସଫଳତା। ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମହିଳା କ୍ୟାଡରଙ୍କ ସମେତ ତିନି ଜଣ ହାର୍ଡକୋର ମାଓବାଦୀ। ଏନେଇ ଆଜି ସ୍ଥାନୀୟ ଜିଲ୍ଲା ପୋଲିସ ମୁଖ୍ୟାଳୟରେ ସୂଚନା ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ।

ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ହେଲେ ବିଜିଏନ ସଙ୍ଗଠନର ଡିଭିଜନାଲ କମିଟି ମେମ୍ବର ମାଦେ ବେତି ଓରଫ ଚମ୍ପା, କେକେବିଏନ ସଙ୍ଗଠନର ଏରିଆ କମିଟି ମେମ୍ବର ରାଜୁ ଦୋଡି ଓରଫ ଅଜୟ ଏବଂ ଆଡମୋ ମାଧବୀ ଓରଫ ମଞ୍ଜୁ। ଚମ୍ପା ୨୦୦୯ରୁ ମାଓ ସଙ୍ଗଠନରେ ସାମିଲ ହୋଇଥିବା ବେଳେ ଅଜୟ ୨୦୧୬ ଏବଂ ମଞ୍ଜୁ ୨୦୧୧ରେ ସାମିଲ ହୋଇଥିଲେ। ଏମାନେ ସମସ୍ତେ ଛତିଶଗଡ଼ କ୍ୟାଡରର ଏବଂ କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାରେ ସକ୍ରିୟ ଥିଲେ। ଲାଲବାହିନୀର ଝାଡ଼ଖଣ୍ଡ- ଛତିଶଗଡ଼ କରିଡରକୁ ପୁନଃ ସକ୍ରିୟ କରିବା ଦିଗରେ ଏମାନେ କାମ କରୁଥିଲେ।