ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା

ଭୁବନେଶ୍ଵର: ଛାତ୍ରୀଙ୍କ ସୁରକ୍ଷା ପାଇଁ ଉଚ୍ଚ ଶିକ୍ଷାନୁଷ୍ଠାନରେ ରହିବେ ‘ଶକ୍ତିଶ୍ରୀ’ ସଂଯୋଜିକା । ଏନେଇ ବିଶ୍ବବିଦ୍ୟାଳୟ ରେଜିଷ୍ଟ୍ରାର ଓ କଲେଜ ପ୍ରିନ୍ସିପାଲଙ୍କୁ ଚିଠି ଲେଖିଲା ଉଚ୍ଚଶିକ୍ଷା ବିଭାଗ । ବାଲେଶ୍ବର FM ଘଟଣା ପରେ ଉଚ୍ଚ ଶିକ୍ଷା ବିଭାଗର ବଡ଼ ପଦକ୍ଷେପ । ଜଣେ ଅଧ୍ୟାପିକାଙ୍କୁ ଶକ୍ତିଶ୍ରୀ ସଂଯୋଜିକା ଭାବେ ମନୋନୀତ କରିବାକୁ ରହିଛି ନିର୍ଦ୍ଦେଶ । ଅଗଷ୍ଟ ୪ ସୁଦ୍ଧା ‘ଶକ୍ତିଶ୍ରୀ’ ସଂଯୋଜିକା ମନୋନୀତ କରି ଦାୟିତ୍ବ ଦେବାକୁ ନିର୍ଦ୍ଦେଶ । ଛାତ୍ରୀଙ୍କୁ ସଶକ୍ତୀକରଣ ଓ ସେମାନଙ୍କ ସୁରକ୍ଷା ପାଇଁ ପଦକ୍ଷେପ ।

ଛାତ୍ରୀଙ୍କ ସୁରକ୍ଷା ପାଇଁ ସରକାରଙ୍କ ବଡ଼ ଘୋଷଣା, କାର୍ଯ୍ୟକାରୀ ହେବ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ

ତେବେ ଗତ ଜୁଲାଇ ୧୯ ତାରିଖରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବଡ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଉଚ୍ଚ ଶିକ୍ଷାନୁଷ୍ଠାନ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ କରିବାକୁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯିବ । ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ପାଇଁ କାର୍ଯ୍ୟ କରିବ ଏହି ଯୋଜନା । ଏଥିପାଇଁ ଏକ ୬ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କରାଯିବ । ଏଥିସହ ଶକ୍ତିଶ୍ରୀ ମୋବାଇଲ୍‌ ଆପ୍‌ ମଧ୍ୟ କାର୍ଯ୍ୟ କରିବ । ଯଦି ଛାତ୍ରୀ ଅସୁବିଧାରେ ପଡ଼ନ୍ତି ନାମ ଗୋପନ ରଖି ଏହି ଆପରେ ପଞ୍ଜୀକୃତ କରିପାରିବେ । ଏହି ଯୋଜନାରେ ଛାତ୍ରୀମାନଙ୍କୁ ଆତ୍ମସୁରକ୍ଷା ପ୍ରଶିକ୍ଷଣ ପ୍ରଦାନ କରାଯିବ । ଏହି ଯୋଜନା ଛାତ୍ରୀମାନଙ୍କ ସଶକ୍ତୀକରଣ ଓ ସର୍ବାଙ୍ଗୀନ ଉନ୍ନତି ପାଇଁ କାର୍ଯ୍ୟ କରିବ । ମୁଖ୍ୟତଃ ୮ଟି ଦିଗକୁ ଗରୁତ୍ବ ଦିଆଯିବ । ସେହିପରି ଉଚ୍ଚ ଶିକ୍ଷାନୁଷ୍ଠାନରେ ‘ଶକ୍ତିଶ୍ରୀ ସଶକ୍ତୀକରଣ କେନ୍ଦ୍ର’ ସ୍ଥାପନ କରାଯିବ । ଶକ୍ତିଶ୍ରୀ ଆପ୍‌ର SOS ବଟନ୍‌ ବ୍ୟବହାର କରି ତୁରନ୍ତ ସାହାଯ୍ୟ ନେଇପାରିବେ । SAFE କ୍ୟାମ୍ପେନ୍‌ ସହ କ୍ୟାମ୍ପସ୍‌ ସୁରକ୍ଷା ରିପୋର୍ଟ ଡିସେମ୍ବର ୩୧ ସୁଦ୍ଧା ଦେବେ । ମହାବିଦ୍ୟାଳୟ/ ବିଶ୍ବବିଦ୍ୟାଳୟରେ CCTV କ୍ୟାମେରା ଲଗାଯିବ । ବର୍ଷକୁ ଥରେ ‘ଶକ୍ତି ସ୍ବରୂପିଣୀ’ ଏକଦିବସୀୟ କର୍ମଶାଳା ମଧ୍ୟ ହେବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।