ଭୁବନେଶ୍ଵର: ଅବସରପ୍ରାପ୍ତ ୬୩୮୭ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ୍ ସ୍କୁଲରେ ମିଳିବ ନିଯୁକ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଏନେଇ ଚିଠି ଲେଖାଯାଇଛି । ନୂଆ TGT ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିବେ । ତେବେ ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ । ଖାଲି ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।
ଖବର ଅନୁଯାୟୀ, ରାଜ୍ୟରେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିବ ନିଯୁକ୍ତି ।ଯାହାଦ୍ୱାରା ୬୩୮୭ ଜଣ ଅବସରପ୍ରାପ୍ତ ଶିକ୍ଷକଙ୍କୁ ଅତିଥି ଭାବେ ନିଯୁକ୍ତ ଦେବେ ରାଜ୍ୟ ସରକାର । ଅନୁଦାନପ୍ରାପ୍ତ, ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ୍ ସ୍କୁଲରେ ମିଳିବ ନିଯୁକ୍ତି । ନୂଆ TGT ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିପାରିବେ । ତେବେ ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ । ଏହାପରେ ଖାଲି ପଡିଥିବା ପଦବୀରେ TGT ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।