ଭୁବନେଶ୍ୱର :- ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ବିରୋଧୀ ଦଳ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଇସ୍ତଫା ଦାବି କରିଛନ୍ତି। ଏହାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖି କହିଛନ୍ତି, ମୋ ଇସ୍ତଫାରେ ଯଦି ବଳଙ୍ଗା ପୀଡ଼ିତାଙ୍କ ଜୀବନ ଫେରିପାରିବ ତା’ହେଲେ ମୁଁ ଶହେ ଥର ଇସ୍ତଫା ଦେବାକୁ ପ୍ରସ୍ତୁତ । କିନ୍ତୁ ଅନ୍ୟପକ୍ଷେ ମୃତକଙ୍କ ପରିବାରକୁ ନେଇ ରାଜନୀତିକୁ ପସନ୍ଦ କରେ ନାହିଁ ବୋଲି କହି କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।ବଳଙ୍ଗା ପୀଡ଼ିତାଙ୍କ ଶେଷ ଦର୍ଶନ ପରେ ଉପମୁଖ୍ୟମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ ଏପରି କହିଥିଲେ। ପୀଡ଼ିତାଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ସବୁ ସହଯୋଗ କରିଥିଲେ ହେଲେ ତାଙ୍କୁ ବଞ୍ଚାଇ ପାରିଲେ ନାହିଁ। ରାଜ୍ୟ ସରକାର ପୀଡ଼ିତାଙ୍କ ପରିବାର ସହ ଥିଲେ ଏବଂ ଅଛନ୍ତି। ପୋଲିସ ଉପରେ ଆପଣ ଭରସା ରଖନ୍ତୁ ଯାହା ସତ୍ୟ ନିଶ୍ଚିତ ଭାବେ ପଦାକୁ ଆସିବ।