ଅଭିଯୁକ୍ତ ବାପାକୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ ଜଜ

ଯାଜପୁର:- ଜନ୍ମ କଲା ବାପା ନିଜ ଝିଅକୁ ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ୨୦୨୪ ମସିହାରେ ଯାଜପୁର ଜିଲ୍ଲା ବିଂଝାରପୁର ଥାନା ଅଂଚଳରେ ନିଜ ଝିଅକୁ ବାପା ଦୁଷ୍କର୍ମ ଘଟଣାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ବାପା ପ୍ରଶାନ୍ତ ଦାସଙ୍କୁ ୨୦ ବର୍ଷ କାରାଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋସ୍କୋ ଜଜ। ୧୮ ଜଣ ସାକ୍ଷ ପ୍ରମାଣକୁ ଆଧାର କରି ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ସହ ୫ ହଜାର ଟଙ୍କା ଜରିମାନା ଓ ଅନାଦେୟ ଅଧିକ ୬ମାସ ରାୟ ପ୍ରକାଶ। ପିଡିତାକୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପାଇଁ ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଛି। ସ୍ତ୍ରୀ ଘରେ ନଥିବା ବେଳେ ଏହାର ସୁଯୋଗ ନେଇ ରାକ୍ଷାସରୂପୀ ବାପା ଝିଅକୁ ଦୁଷ୍କର୍ମ କରିଥିଲା। ଏନେଇ ଥାନାରେ ଅଭିଯୋଗ ହେଲା ପରେ ପୋଲିସ ଅଭିଯୁକ୍ତ ବାପାକୁ ଗିରଫ କରିଥିଲା।