ଉଦଳା ଠାରେ କପ୍ତିପଦା ଉପଖଣ୍ଡସ୍ତରୀୟ ୭୯ ତମ ସ୍ୱାଧୀନତା ଦିବସ ପାଳିତ ହୋଇଛି। ସ୍ଥାନୀୟ ପ୍ୟାରେଡ ପଡିଆରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ସୁଶାନ୍ତ କୁମାର ବାରିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହା ପରେ ସମ୍ମିଳିତ ପ୍ୟାରେଡ ପ୍ରତିଯୋଗିତାରେ ସାମିଲ ଥିବା ପ୍ରତିଯୋଗୀଙ୍କ ଅଭିବାଦନ ଗ୍ରହଣ କରିଥିଲେ। ଏହା ସହିତ ବିଭିନ୍ନ ପ୍ରତିଯୋଗିତା ଏବଂ ଶିକ୍ଷା କ୍ଷେତ୍ରରେ ସଫଳତା ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ଓ ଉଦଳା ମେଡିକାଲରେ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯିବା ସହିତ ଜେଲ ଅନ୍ତେବାସୀଙ୍କୁ ମିଷ୍ଟାନ୍ନ ବଣ୍ଟନ କରାଯାଇଥିଲା।