ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତ ରୂପ ନେବ । ୧୯ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ଲଘୁଚାପ । ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ତେବେ ଆସନ୍ତାକାଲି ପାଇଁ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ଆଲର୍ଟ କାରି କରିଛି ପାଣିପାଗ ବିଭାଗ। ଏହି ୩ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଆଉ କିଛି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ପବନର ବେଗ ସାମାନ୍ୟ ଅଧିକ ରହିପାରେ । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ କେନ୍ଦ୍ର । ୧୯ ଅଗଷ୍ଟ ସୁଦ୍ଧା ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ଅଗଷ୍ଟ ୧୯ ତାରିଖରେ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି ।