ଭୁବନେଶ୍ଵର: ୪୮ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା । ପ୍ରଭାବରେ ୨୯ ତାରିଖ ଯାଏଁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କାଲି ପାଇଁ ରାୟଗଡ଼ା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆଉ ବାକି ୨୭ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷକରି ୨୫ ଓ ୨୬ରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ।ଲଘୁଚାପଟି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବାରୁ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଅନୁମାନ କରିଛି । ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ, ମୟୁରଭଞ୍ଜ, କେନ୍ଦୁଝର, ରାୟଗଡ଼ା,ଗଜପତି ଓ କୋରାପୁଟରେ ବର୍ଷା ହେବ । ୧୦ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ । ଆସନ୍ତାକାଲି ସାରା ରାଜ୍ୟରେ ବର୍ଷା ସହ ରାୟଗଡ଼ା ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।