ଭୁବନେଶ୍ଵର: ଓଡ଼ିଆ ଆଦିବାସୀ ଝିଅମାନଙ୍କୁ ପାଇଲଟ୍ ହେବା ପାଇଁ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ରେ ଦିଆଯିବ ସ୍ୱତନ୍ତ୍ର ଟ୍ରେନିଂ । ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ସମ୍ମିଳନୀରେ ଏନେଇ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେ ଯେ, ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN ଅଧୀନରେ, କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ଆଦିବାସୀ କନ୍ୟାମାନଙ୍କୁ ପାଇଲଟ ହେବା ପାଇଁ ଟ୍ରେନିଂ ଦିଆଯିବ ।
![]()
ଢେଙ୍କାନାଳ ବିରାଶୋଳରେ ହେବ ବିଶ୍ୱସ୍ତରୀୟ ବିମାନ ପ୍ରଶିକ୍ଷଣ କେନ୍ଦ୍ର ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ରାଜ୍ୟ ସରକାର ଆଜି ଦେଶର ପ୍ରମୁଖ ବିମାନ MRO ସେବାଦାତା Air Works ସହିତ ଏକ ଚୁକ୍ତି ସ୍ୱାକ୍ଷର କରିଛନ୍ତି । ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଏକ ଆଧୁନିକ MRO ସୁବିଧା ସ୍ଥାପିତ ହେବ । ଏଥିସହିତ, ରାଜ୍ୟର ଯୁବମାନଙ୍କ ପାଇଁ ଦକ୍ଷତା ବିକାଶ, ପ୍ରଶିକ୍ଷଣ ଓ ଚାକିରି ସୁଯୋଗ ସୃଷ୍ଟି କରିବା ନିମନ୍ତେ, ରାଜ୍ୟ ସରକାର Air Works ସହିତ ଏକ ଚୁକ୍ତି ସ୍ୱାକ୍ଷର କରିଛନ୍ତି । ସେପଟେ ୧୪ ମାସରେ ଓଡ଼ିଶାର ବିମାନବନ୍ଦର ୧୫ଟି ନୂଆ ସ୍ଥାନ ସହ ଯୋଡ଼ି ହୋଇଛି । ଓଡ଼ିଶାକୁ ସବୁ ସହଯୋଗ ଦିଆଯିବ କହିଲେ କେନ୍ଦ୍ରମନ୍ତ୍ରୀ ରାମମୋହନ ନାଇଡୁ