ପୋଖରୀରେ ବୁଡି ଯୁବକ ମୃତ । ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲ୍ଲା ମୋହନା ଥାନା କୁଟିଗୁଡ଼ା ଗାଁରେ । ମୃତ ଯୁବକ ଜଣଙ୍କ ହେଲେ ସେହିଁ ଗାଁର ଧର୍ମେନ୍ଦ୍ର ନାୟକ । ମଙ୍ଗଳବାର ଅପରାହ୍ନ ସମୟରେ ଯୁବକ ଜଣଙ୍କ ଗାଁ ନିକଟସ୍ଥ ପୋଖରୀକୁ ଗାଧୋଇବାକୁ ଯାଇଥିଲେ । ଗାଧୋଇବା ବେଳେ ପାଣିରେ ବୁଡ଼ି ଯାଇଥିଲେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ମୋହନା ମେଡ଼ିକାଲ୍ ରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ଖବର ପାଇ ମୋହନା ପୋଲିସ୍ ପହଞ୍ଚି ମୃତ ଦେହ କୁ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ଯୁବକ ଜଣଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି ନା ଆଉ ଅନ୍ୟ କଣ କାରଣ ରହିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁ ର କାରଣ ସ୍ପଷ୍ଟ ହେବ।