ମହାପ୍ରଭୁଙ୍କ ସାନିଧ୍ୟ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଓ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି

ପୁରୀ:- ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ୍ ଟଣ୍ଡନ ଓ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ ବିକ୍ରମ ନାଥ। ବିଚାରପତି ଓ ତାଙ୍କ ପରିବାରବର୍ଗଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ମହାପ୍ରଭୁଙ୍କୁ ଦର୍ଶନ କରାଇବା ସହ ପାର୍ଶ୍ୱ ଦେବାଦେବୀ ମନ୍ଦିର ପରିଦର୍ଶନ କରିଥିଲେ। ଶ୍ରୀମନ୍ଦିରରୁ ପ୍ରତ୍ୟାବର୍ତ୍ତନ କରିବା ବେଳେ ସିଂହଦ୍ଵାର ସମ୍ମୁଖରେ ମୁଖ୍ୟ ବିଚାରପତି ଓ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତିଙ୍କୁ ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାପ୍ରଭୁଙ୍କ ଲାଗି ଖଣ୍ଡୁଆ ପ୍ରଦାନ କରାଯାଇଥିଲା। ପରିଚାଳନା କମିଟି ସଦସ୍ୟ ତଥା ବରିଷ୍ଠ ସିଂହାରୀ ସେବକ ମଧୂସୁଦନ ସିଂହାରୀ ଶ୍ରୀମନ୍ଦିର ଦର୍ଶନରେ ବେଶ୍ ସହଯୋଗ କରିଥିଲେ। ସେପଟେ ମୁଖ୍ୟ ବିଚାରପତି ଓ ସୁପ୍ରିମକୋର୍ଟର ବରିଷ୍ଠ ବିଚାରପତି ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଯିବା ସମୟରେ  ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଏସପି ପ୍ରତୀକ ସିଂ ଉପସ୍ଥିତ ଥିଲେ।