ପାର୍ବଣବେଳେ ପୁଣି ଆସୁଛି ଲଘୁଚାପ, ଦଶମୀରେ ପ୍ରବଳ ବର୍ଷା

ଭୁବନେଶ୍ଵର: ପାର୍ବଣବେଳେ ପୁଣି ଆସୁଛି ଲଘୁଚାପ। ଅଷ୍ଟମୀରେ ଦାନାବାନ୍ଧିବ…ନବମୀରୁ ବର୍ଷିବ…ଦଶମୀ ବେଳକୁ ଧୋଇବ । ପାଣିପାଗ ବିଭାଗର ପୂର୍ବାନୁମାନ, ଆସନ୍ତାକାଲି ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବ। ଅକ୍ଟୋବର ୧ ତାରିଖରେ ଉତ୍ତର ଓଡ଼ିଶା ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ୨ ତାରିଖରେ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି  ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଜି ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।