ପାର୍ବଣ ପାଇଁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ପୋଲିସ କମିଶନର୍

ଭୁବନେଶ୍ଵର: ପାର୍ବଣ ପାଇଁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ସାମ୍ୱାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି ପୋଲିସ୍ କମିଶନର । ଏଥର ଭୁବନେଶ୍ୱରରେ ୬୧ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । ମୋଟ ୧୯୩ ମଣ୍ଡପ ପାଇଁ ସୁରକ୍ଷା ବ୍ୟବସ୍ଥା ହୋଇଛି । ୨୪ଟି ପେଣ୍ଡାଲରେ ଅଳଙ୍କାର ସୁରକ୍ଷା ବ୍ୟବସ୍ଥା ହୋଇଛି । ବିଦ୍ୟୁତ୍ ଓ ନିଆଁରୁ ରକ୍ଷା କରିବାକୁ ବିଶେଷ ପଦକ୍ଷେପ ନିଆଯାଇଥିବା ବେଳେ ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଇଛି । ଡ୍ରୋନ୍ ସହାୟତାରେ ମଣ୍ଡପ ଉପରେ ତୀକ୍ଷ୍ଣ ନଜର ରଖାଯିବ । ସ୍ମାର୍ଟ କଣ୍ଟୋଲ୍ ରୁମ୍ ଜରିଆରେ ପାର୍ବଣ ପରିଚାଳନା କରାଯିବ । ସିସିଟିଭି ନଜରରେ ରହିଛି ସବୁ ପୂଜା ମଣ୍ଡପ । ଏଥିସହ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି CP ଏସ୍. ଦେବଦତ୍ତ ସିଂ ।

ଅନ୍ୟପଟେ କଟକ ଦୁର୍ଗାପୂଜା ପାଇଁ ସହରରେ ସ୍ୱତନ୍ତ୍ର ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି। ମହିଳା ଓ ଶିଶୁଙ୍କ ସୁରକ୍ଷା ଉପରେ ବିଶେଷ ଧ୍ୟାନ ରହିବ। ସୁରକ୍ଷା ପାଇଁ CCTV ଓ ଡ୍ରୋନ୍ ର ବ୍ୟବସ୍ଥା କରାଯାଇଛି ବୋଲି ସୂଚନା ଦେଇଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ୩୯ ଟି ଏଡ୍ ପୋଷ୍ଟ ରହିବ। ଟ୍ରାଫିକ ପାଇଁ ରହିବ ସ୍ଵତନ୍ତ୍ର ବ୍ୟବସ୍ଥା। ସହରରେ ୩୫ଟି ପାର୍କିଂ ପ୍ଲେସ ଚିହ୍ନଟ ହୋଇଛି।