କଟକ: ଆଇନଶୃଙ୍ଖଳା ନେଇ ବିରୋଧୀଦଳ ନେତା ନବୀନଙ୍କ ଗଭୀର ଉଦ୍ବେଗ । କଟକରେ ଶାନ୍ତିଶୃଙ୍ଖଳା ବଜାୟ ରକ୍ଷା ପାଇଁ ଅନୁରୋଧ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ସେପଟେ କଟକ ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କଲେ ମୁଖ୍ୟମନ୍ତ୍ରୀ । ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ଆଗେଇ ଆସିବାକୁ ଅପିଲ୍ । ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର । କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି । ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି । ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି । ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ତେବେ କଟକରେ କ୍ୟାମ୍ପ୍ କରି ରହିବାକୁ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉପରେ ତୀକ୍ଷ୍ଣ ନଜର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ତେବେ କଟକ ବିଶୃଙ୍ଖଳାକାରୀଙ୍କୁ ଧରିବା ପାଇଁ କମିଶନରେଟ ପୋଲିସ ତତ୍ପରତା । ୩ଟି ସ୍ପେଶାଲ୍ ଟିମ୍ ଗଠନ କଲେ ପୋଲିସ କମିଶନର । ବିଶୃଙ୍ଖଳାକାରୀଙ୍କୁ ଚିହ୍ନଟ କରି ସେମାନଙ୍କୁ ଗିରଫ କରିବାକୁ ନିର୍ଦ୍ଦେଶ । ସେପଟେ କଟକ ସହରରେ ସୋସିଆଲ୍ ମିଡିଆ ଉପରେ କଟକଣା । ଆଜି ସଂଧ୍ୟା ୭ଟାରୁ ଆସନ୍ତାକାଲି ସଂଧ୍ୟା ୭ଟା ପର୍ଯ୍ୟନ୍ତ ରହିବ କଟକଣା । ହ୍ବାଟ୍ସ ଆପ୍, ଫେସ୍ବୁକ୍, ଇନ୍ଷ୍ଟାଗ୍ରାମ୍, ସ୍ନାପ୍ଚାଟ୍ ଆଦି ୨୪ ଘଣ୍ଟା ପାଇଁ ବନ୍ଦ । ମୋବାଇଲ୍ ଇଣ୍ଟରନେଟ୍ ବାତିଲ୍ ନେଇ ଗୃହ ବିଭାଗ ପକ୍ଷରୁ ସୂଚନା ।