ୱେଷ୍ଟ୍‌ଇଣ୍ଡିଜ୍‌ ବିପକ୍ଷରେ ୭ ୱିକେଟ୍‌ରେ ବିଜୟୀ ହେଲା ଭାରତ

ନୂଆଦିଲ୍ଲୀ:- ନୂଆଦିଲ୍ଲୀ ଅରୁଣ ଜେଟଲୀ ଷ୍ଟାଡିୟମରେ ଚାଲିଥିବା ଭାରତ-ୱେଷ୍ଟଇଣ୍ଡିଜ ଦ୍ବିତୀୟ ଟେଷ୍ଟ ଜିତିଲା ଭାରତ । ୭ ୱିକେଟରେ ଭାରତ ଜିତି ୨-୦ ସିରିଜ କବଜା କରିଛି । ୱେଷ୍ଟଇଣ୍ଡିଜ ଦ୍ବିତୀୟ ଇନିଂସରେ ୩୯୦ ରନ୍ କରି ଭାରତକୁ ୧୨୧ ରନର ଟାର୍ଗେଟ ଦେଇଥିଲା । ଯାହାକୁ ଭାରତ ୩ ୱିକେଟ ହରାଇ ଭାରତ ସହଜରେ ଜିତିନେଇଛି । ଚତୁର୍ଥ ଦିନରେ ଦ୍ୱିତୀୟ ଇନିଂସ ଶେଷ ହେବା ପରେ ୧୨୧ ରନର ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା । କେଏଲ ରାହୁଲଙ୍କ ଅର୍ଦ୍ଧଶତକ ବଳରେ ଭାରତ ଶେଷ ଦିନରେ ବିଜୟୀ ହୋଇଛି । ତେବେ ଶୁଭମନ ଗିଲଙ୍କ ଅଧିନାୟକତ୍ୱରେ ଏହା ଭାରତର ପ୍ରଥମ ଟେଷ୍ଟ ସିରିଜ ବିଜୟ । ଏହା ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଭାରତର କ୍ରମାଗତ ଦଶମ ଟେଷ୍ଟ ସିରିଜ ବିଜୟ । ୱେଷ୍ଟଇଣ୍ଡିଜ୍ ଶେଷ ଥର ପାଇଁ ୨୦୦୨ ମସିହାରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରେ ୨-୧ରେ ଭାରତକୁ ପରାସ୍ତ କରିଥିଲା । ସେବେଠାରୁ, ୱେଷ୍ଟଇଣ୍ଡିଜ୍ ଭାରତ ବିପକ୍ଷରେ ଗୋଟିଏ ବି ଟେଷ୍ଟ ମ୍ୟାଚ୍‌ ଜିତି ନାହିଁ ।