ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବିନିକା ପଞ୍ଚାୟତ ସମିତି ଅନ୍ତର୍ଗତ ଶଙ୍କରା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି l ଅତିରିକ୍ତ ଜିଲ୍ଲାପାଳ, ସୁବର୍ଣ୍ଣପୁର, ଶ୍ରୀ ରାଜେନ୍ଦ୍ର ମାଝୀ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀ ନାରାୟଣ ନାଏକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ସର୍ବମୋଟ ୧୮୭ ( ଏକ ଶହ ସତାଅଶି ) ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୧୬୭ ( ଏକ ଶହ ସତସଠି) ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୨୦ ( କୋଡ଼ିଏ) ଗୋଟି ସାମୁହିକ ଦରଖାସ୍ତ କରାଯାଇଥିଲା।
ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ବିଡ଼ିଓ, ବିନିକା, ଶ୍ରୀ ମଣ୍ଟ ଖମାରୀ ଓ ସରପଞ୍ଚ, ଶଙ୍କରା ଗ୍ରାମ ପଞ୍ଚାୟତ, ଶ୍ରୀ ଅଶୋକ କୁମାର ପୃଷ୍ଟିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି ଯୁଗ୍ମ ଅଭିଯୋଗ ଶୁଣାଣିରେ , ଅତିରିକ୍ତ ଜିଲ୍ଲାପାଳ, ସାଧାରଣ , ସୁବର୍ଣ୍ଣପୁର, ଶ୍ରୀମତି ଅଞଳିନା ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର, ଶ୍ରୀ ଅଶ୍ୱିନୀ କୁମାର ମେହେର, ଭାରପ୍ରାପ୍ତ ଉପ – ଜିଲ୍ଲାପାଳ, ସୋନପୁର ତଥା ଡେପୁଟି କଲେକ୍ଟର, ଶ୍ରୀ ସତ୍ୟ ସୁନ୍ଦର ରାଉତଙ୍କ ସମେତ ତହସିଲଦାର, ବିନିକା, ସୁଶ୍ରୀ ରସନା ଭୋଇ ତଥା ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧିକାରୀ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ, ସୁବର୍ଣ୍ଣପୁର ଶ୍ରୀ ଅର୍ଜୁନ ମାଝୀଙ୍କ ସହିତ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗଦାନ କରିଥିଲେ।