ଭୁବନେଶ୍ଵର: ସ୍ନେହାଙ୍ଗିନୀ ଛୁରିଆ ହେଲେ ବିଜେଡିର ନୂଆପଡ଼ା ପ୍ରାର୍ଥୀ । ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ସନ୍ଧ୍ୟାରେ ନବୀନ ନିବାସଠାରେ ଏ ନେଇ ଘୋଷଣା କରିଛନ୍ତି । ନୂଆପଡ଼ା ନିର୍ବାଚନ ପାଇଁ ସ୍ନେହାଙ୍ଗିନୀ ଛୁରିଆ ପ୍ରାର୍ଥୀ ହୋଇଛନ୍ତି। ସ୍ନେହାଙ୍ଗିନୀଙ୍କ ଉପରେ ଦଳ ଭରସା କରିଛି । ପ୍ରାର୍ଥୀ ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ନବୀନ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଥିଲେ । ଏଥି ପାଇଁ ଦଳର ବରିଷ୍ଠ ନେତାଙ୍କୁ ମଧ୍ୟ ଡାକା ଯାଇଥିଲା । ନବୀନଙ୍କ ଡାକରା କ୍ରମେ ମନୋଜ ମିଶ୍ର ଆସିଥିଲେ, ଯିଏକି ନୂଆପଡ଼ା ନିର୍ବାଚନ ପାଇଁ ବିଜେଡି ଲୋକାଲ ଆକ୍ସନ କମିଟି ସଦସ୍ୟ ଥିଲେ ।