ଦିଲ୍ଲୀ ଲାଲ୍‌କିଲ୍ଲା ନିକଟ ଏକ କାର୍‌ରେ ବଡ଼ ଧରଣର ବିସ୍ଫୋରଣ, ରାଜଧାନୀରେ ହାଇଆଲର୍ଟ

Red fort explosion: ଦିଲ୍ଲୀ ଲାଲ୍‌କିଲ୍ଲା ନିକଟ ଏକ କାର୍‌ରେ ବଡ଼ ଧରଣର ବିସ୍ଫୋରଣ । ବିସ୍ଫୋରଣ ପରେ ହୁତୁହୁତୁ ହୋଇ ଜଳିଲା କାର୍‌ । ଆଉ ୩ଟି ଗାଡ଼ି ମଧ୍ୟ ବିସ୍ଫୋରଣରେ ଜଳିଗଲା । ଘଟଣାସ୍ଥଳରେ ପହଞ୍ଚିଲା ପୋଲିସ ଟିମ୍ । ତେବେ ବିସ୍ଫୋରଣ ପରେ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି । ଘଟଣାସ୍ଥଳରେ ୮ ମୃତ୍ୟୁ । ଅନେକ ଆହତ ।

ସୂଚନା ଅନୁସାରେ, ଦିଲ୍ଲୀ ଲାଲ୍‌କିଲ୍ଲା ନିକଟ ମେଟ୍ରୋ ଷ୍ଟେସନ ଗେଟ୍-୧ ନିକଟ ପାର୍କିଂରେ ବଡ଼ ଧରଣର ବିସ୍ଫୋରଣ ହୋଇଛି । ବିସ୍ଫୋରଣ ପରେ ଘଟଣାସ୍ଥଳରେ ହୁତୁହୁତୁ ହୋଇ ଜଳିଲା କାର୍‌ । ଆଉ ୮ଟି ଗାଡ଼ି ମଧ୍ୟ ବିସ୍ଫୋରଣରେ ଜଳିଗଲା । ଘଟଣାରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ବିସ୍ଫୋରଣରେ ଆହତ ହୋଇଛନ୍ତି । ୮ ଜଣଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କଲେ LNJP ହସ୍ପିଟାଲ୍‌ କର୍ତ୍ତୃପକ୍ଷ । ୮ ଜଣଙ୍କ ମୃତ୍ୟୁ ସହ ଆଉ ୨୪ ଜଣ ଆହତ ହୋଇଥିବା ନେଇ ସୂଚନା ମିଳିଛି । ୨୪ ଆହତଙ୍କ ମଧ୍ୟରେ ୩ ଜଣଙ୍କ ଅବସ୍ଥା ସଂକଟାପନ୍ନ ଅଛି । ସମସ୍ତଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି । ନିଆଁ ଲିଭାଇବାକୁ ଘଟଣାସ୍ଥଳରେ ୭ଟି ଅଗ୍ନିଶମ ଗାଡ଼ି ପହଞ୍ଚିଛି । ବିସ୍ଫୋରଣ ପରେ ଦିଲ୍ଲୀ ଓ ମୁମ୍ବାଇରେ ହାଇଆଲର୍ଟ ଜାରି କରାଯାଇଛି । ସେପଟେ ବିସ୍ଫୋରଣସ୍ଥଳରେ NIA ଓ NSG ଟିମ୍‌ର ତନାଘନା ଜାରି ରହିଛି । ତେବେ ଦୁର୍ଘଟଣା ପରେ IB ମୁଖ୍ୟଙ୍କ ସହ କଥା ହୋଇଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ । ଦିଲ୍ଲୀ ପୋଲିସ ସହ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି ।