ବଙ୍ଗୋପସାଗରରେ ମାଡ଼ି ଆସୁଛି ବାତ୍ୟା

ବଙ୍ଗୋପସାଗରରେ ଆସୁଛି ବାତ୍ୟା । ବଙ୍ଗୋପସାଗରରେ ବାତ୍ୟା ହେବା ନେଇ ଧୀରେ ଧୀରେ ଚିତ୍ର ସ୍ପଷ୍ଟ ହେବାରେ ଲାଗିଛି । ଚଳିତ ମାସରେ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଭାରତୀୟ ପାଣିପାଗ ବିଭାଗ ପୁଣି ବାତ୍ୟା ଆକଳନ କରିବା ପରେ ଭୟ ବଢ଼ିଛି । ତେବେ ଓଡ଼ିଶା ଉପରେ ବାତ୍ୟାର ପ୍ରଭାବ ନେଇ ଆକଳନ ଚାଲିଥିବାବେଳେ ଏଥିଯୋଗୁ ରାଜ୍ୟରେ ପ୍ରବଳ ବର୍ଷା ଓ ପବନ ହେବ ବୋଲି ପାଣିପାଗ ବିଭାଗ କହିଛି । ଆଇଏମ୍‌ଡିର ସୂଚନା ଅନୁଯାୟୀ, ମଲାକ୍କା ଷ୍ଟ୍ରେଟ୍‌ ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ରବିବାର ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଯାହା ଆଜି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଆହୁରି ଆଗକୁ ବଢ଼ିବା ସହ ପରବର୍ତ୍ତୀ ୪୮ ଘଣ୍ଟା ଅର୍ଥାତ୍ ୨୬ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ଏକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି ।

Cyclone Montha to cross Andhra Pradesh coast, pelt rains in south Odisha

ତେବେ ବାତ୍ୟାରେ ପରିଣତ ହେବା ପରେ ଏହା କେଉଁ ଆଡକୁ ମୁହାଁଇବ ଏବଂ ଏହାର ଦିଗ କ’ଣ ରହିବ ସେ ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ । ଅପରପକ୍ଷେ ସମ୍ଭାବ୍ୟ ବାତ୍ୟାକୁ ନେଇ ଆକଳନ କରୁଥିବା ବିଭିନ୍ନ ମଡେଲ ଅନୁଯାୟୀ, ୨୫ତାରିଖ ସନ୍ଧ୍ୟାରୁ ଉପକୂଳ ଅଞ୍ଚଳରେ ପବନର ବେଗ ବଢିବ । ଘଣ୍ଟାପ୍ରତି ବେଗ ୫୦ରୁ ୬୦ କି.ମି. ରହିବ । ସେହିପରି ୨୬ ତାରିଖ ସକାଳୁ ପବନର ବେଗ ୬୦ରୁ ୭୦ କି.ମି.ରେ ରହି ସର୍ବାଧିକ ୮୦ କି.ମି. ହେବ । ୨୭ ତାରିଖ ସକାଳୁ ପବନର ବେଗ ସର୍ବାଧିକ ୧୦୦ କି.ମି. ରହିପାରେ ବୋଲି ଆକଳନ କରାଯାଇଛି । ୨୮ ତାରିଖ ପରେ ରାଜ୍ୟକୁ ଥଣ୍ଡା ଶୁଷ୍କ, ଉତ୍ତରାପବନ ପ୍ରବେଶ କରିବା ସମ୍ଭାବନା ରହିଛି ।

Cyclone Montha set to hit Andhra coast this evening; high alert in five  states | India News - News9live