ଭୁବନେଶ୍ଵର: ସ୍ଥଗିତ ହେଲା ANMର ଦ୍ୱିତୀୟ ବର୍ଷ ଆଜିର ପରୀକ୍ଷା । ପଞ୍ଚମ ପେପର- ମିଡ ୱାଇଫେରୀ ପରୀକ୍ଷା ସ୍ଥଗିତ । ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ସ୍ଥଗିତ ନିର୍ଦ୍ଦେଶ । ONMEB ପକ୍ଷରୁ ଜାରି ହେଲା ନିର୍ଦ୍ଦେଶନାମା । ଆଜି ପରୀକ୍ଷା ଆରମ୍ଭ ପୂର୍ବରୁ ପ୍ରଶ୍ନପତ୍ର ପ୍ରଘଟ ଅଭିଯୋଗ ହୋଇଥିଲା । ଆଜି ୨ଟା ବେଳେ ପରୀକ୍ଷା ଆରମ୍ଭ ହେବାକୁ ଥିବା ବେଳେ ଦିନ ୧୧ଟା ବେଳେ ବଜାରରେ ପ୍ରଶ୍ନ ପତ୍ର ବିକ୍ରି ହେଉଥିବା ନେଇ ବିଧାୟକ ପ୍ରଶ୍ନ କରିଥିଲେ।

ଆଜି ହେବାକୁ ଥିବା ପରୀକ୍ଷାର କିଛି ଘଣ୍ଟା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ରିପୋର୍ଟ ଆସିଥିଲା। ପେପର ଲିକ୍ ହେବା ପରେ କର୍ତ୍ତୃପକ୍ଷ ପରୀକ୍ଷାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖିଛନ୍ତି, ଯାହା ଫଳରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବ୍ୟାପକ ଅସନ୍ତୋଷ ଦେଖା ଦେଇଛି। ରିପୋର୍ଟ ଅନୁସାରେ, ଦ୍ୱିତୀୟ ବର୍ଷ ଛାତ୍ରଙ୍କ ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ହୋଇଛି। ଦିନ ୨ ଟାରେ ପରୀକ୍ଷା ଥିବା ବେଳେ ୧୧ ଟା ବେଳେ ପ୍ରଶ୍ନପତ୍ର ଲିକ୍ ହୋଇଥିବା ନେଇ ଅଭିଯୋଗ ହୋଇଛି। ଆଜି ମିଡ୍ ୱାଇଫେରି ବିଷୟରେ ପରୀକ୍ଷା ହୋଇଥାନ୍ତା। ଅପରାହ୍ନ ସେସନ୍ ପାଇଁ ଉଦ୍ଦିଷ୍ଟ ମିଡ୍ ୱାଇଫେରୀ ବିଷୟର ପ୍ରଶ୍ନପତ୍ର ସକାଳ ପ୍ରାୟ ୧୧ଟା ସମୟରେ, ପରୀକ୍ଷା ଆରମ୍ଭ ହେବାର ପ୍ରାୟ ତିନି ଘଣ୍ଟା ପୂର୍ବରୁ ସୋସିଆଲ ମିଡିଆରେ ଘୁରି ବୁଲୁଥିବା ଅଭିଯୋଗ ହୋଇଛି।