ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ ଶେଷ ହୋଇଛି। ଚଳିତଥର ମୋଟ୍ ୨୯ଟି କାର୍ଯ୍ୟ ଦିବସ ଥିବାବେଳେ ଅଧିବେଶନ ୧୧ ଦିନ ଚାଲିଲା। ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି। ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ମୁଲତବି ଘୋଷଣା କରିଛନ୍ତି। ନଭେମ୍ବର ୨୭ରୁ ଅଧିବେଶନ ଆରମ୍ଭ ହୋଇଥିଲା।

ବିଧାନସଭା ଶୀତକାଳୀନ ଅଧିବେଶନ ସମାପ୍ତ । ମୋଟ ୨୯ଟି କାର୍ଯ୍ୟ ଦିବସରୁ ୧୧ ଦିନ ଚାଲିଲା ବିଧାନସଭା । ୧୭ ହଜାର ୪୪୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ ପାରିତ ହୋଇଛି । ଆଉ କୌଣସି ସରକାରୀ କାର୍ଯ୍ୟକ୍ରମ ନଥିବାରୁ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ କରିବାକୁ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ଆଣିଥିଲେ ପ୍ରସ୍ତାବ ।