ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଓ ବକ୍ତୃତା ପ୍ରତିଯୋଗିତାର ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜଗତସିଂହପୁର ସଦର ବ୍ଲକ ମଧୁସୂଦନପୁରଶାସନସ୍ଥିତ ଜଗନ୍ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ ଓ ବକ୍ତୃତା ପ୍ରତିଯୋଗିତାର ଉଦଘାଟନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଏହି ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଜେ ସୋନାଲ ମୁଖ୍ୟଅତିଥିଭାବେ ଯୋଗଦେଇ ବିଜ୍ଞାନର ଆବଶ୍ୟକତା ,ଉପାଦେୟତା ଓ ବିଜ୍ଞାନକୁ ସମାଜ,ରାଷ୍ଟ୍ରର କଲ୍ୟାଣ ଓ ବିଶ୍ୱ ଶାନ୍ତି ପାଇଁ ବ୍ୟବହାର କରିବା ଉଚିତ ବୋଲି ମତ ପ୍ରକାଶ କରିଥିଲେ । ଜିଲ୍ଲା ବିଜ୍ଞାନ ପରିଦର୍ଶକ ଜୀବନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ବିଭାଗ ଅଧିକାରୀ କେଶବ ମେହେର ,ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରିଣୀ ରାଜଶ୍ରୀ ସାହୁ , ସମସ୍ତ ବ୍ଲକ ଶିକ୍ଷାଧିକାରୀ ଓ ବହୁମାନ୍ୟଗଣ ବ୍ୟକ୍ତି ଯୋଗଦେଇଥିଲେ । ଏହି ଅବସରରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ବିଜ୍ଞାନ ପ୍ରଦର୍ଶନୀରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶନ କରିଥିଲେ ଓ ପରିବେଶ ରକ୍ଷା ଉପରେ ଜିଲ୍ଲାରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିବିଶେଷଙ୍କୁ ଅତିଥିମାନଙ୍କ ଦ୍ୱାରା ପ୍ରକୃତିବନ୍ଧୁ ପୁରସ୍କାର ବଣ୍ଟନ କରାଯାଇଥିଲା ।